୧୪ ରେ ଲଘୁଚାପ,୮ ଜିଲ୍ଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର : ୧୪ ତାରିଖରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସମ୍ଭାବନା । ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି। ତେବେ ସେହିଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲା ରହିଛି। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୂଚନାଯୋଗ୍ୟ,ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା […]

Samaya Live Picture
Published On

ଭୁବନେଶ୍ୱର : ୧୪ ତାରିଖରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସମ୍ଭାବନା । ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି। ତେବେ

ସେହିଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲା ରହିଛି। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସୂଚନାଯୋଗ୍ୟ,ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେପଟେ ୨୮ ପ୍ରତିଶତ କମ୍ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଆସନ୍ତ ୩ ଘଣ୍ଟା ପାଇଁ ୧୨ ଜିଲ୍ଲା ସହ ଭୁବନେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରିଛି। ଆସନ୍ତା ୩ ଘଂଟା ମଧ୍ୟରେ ୧୨ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହୋଇପାରେ।

ଅନ୍ୟପଟେ ଗତ ୩ ଦିନ ଧରି ରାଜ୍ୟରେ ଟାଣ ଖରା ସହିତ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇଥିଲା । ଏଥିରେ କେନ୍ଦ୍ରାପଡା,ଭଦ୍ରକ,ଢେଙ୍କାନାଳ ସମେତ କେତେକ ଅଞ୍ଚଳରେ ସ୍କୁଲରେ ଅସୁସ୍ଥ ହୋଇପଡ଼ି ଡାକ୍ତରଖାନାରେ ଭର୍ତି ହୋଇଥିବା ସୂଚନା ମିଳିଥିଲା ।

Tags: