ଆସୁଛି ଲଘୁଚାପ ବର୍ଷା, ଆଜି ୫ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର :୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ଏହାର ପ୍ରଭାବରେ ଗତକାଲି ରାତିରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆରମ୍ଭ ହୋଇଛି ପ୍ରବଳ ବର୍ଷା I ଆଜିଠୁ ପୁଣି ବର୍ଷାର ପରିମାଣ ବଢିବା ନେଇ ସୂଚନାଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପୂର୍ବ ତତ୍‌‌-ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି। ଆଜି କିଛି […]

Samaya Live Picture
Published On

ଭୁବନେଶ୍ୱର :୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ଏହାର ପ୍ରଭାବରେ ଗତକାଲି ରାତିରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆରମ୍ଭ ହୋଇଛି ପ୍ରବଳ ବର୍ଷା I ଆଜିଠୁ ପୁଣି ବର୍ଷାର ପରିମାଣ ବଢିବା ନେଇ ସୂଚନାଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପୂର୍ବ ତତ୍‌‌-ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି।

ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେଣୁ ଆଜି ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ କେବଳ ଆଜି ଦିନକ ପାଇଁ ସତର୍କବାଣୀ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ରାଜ୍ୟର ମୋଟ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ସେହିପରି ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୮ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Tags: