ମହାନଦୀ ଜଳ ବିବାଦ,ସେପ୍ଟେମ୍ବର ୬ କୁ ଘୁଞ୍ଚିଲା ଶୁଣାଣି
ଭୁବନେଶ୍ୱର : ମହାନଦୀ ଜଳ ବିବାଦ ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ । ଆପୋଷ ବୁଝାମଣାରେ ଜଳ ବିବାଦ ପ୍ରସଙ୍ଗ ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ଆଜି ମହାନଦୀ ଟ୍ରିବ୍ୟୁନାଲର ଶୁଣାଣି ଥିଲା । କିନ୍ତୁ ଟ୍ରିବ୍ୟୁନାଲରେ ସେପ୍ଟେମ୍ବର ୬ ତାରିଖକୁ ଶୁଣାଣି ଘୁଞ୍ଚିଲା । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢିଥିବାରୁ ସମାଧାନ ପାଇଁ ଉଭୟ […]
ଭୁବନେଶ୍ୱର : ମହାନଦୀ ଜଳ ବିବାଦ ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ । ଆପୋଷ ବୁଝାମଣାରେ ଜଳ ବିବାଦ ପ୍ରସଙ୍ଗ ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ଆଜି ମହାନଦୀ ଟ୍ରିବ୍ୟୁନାଲର ଶୁଣାଣି ଥିଲା । କିନ୍ତୁ ଟ୍ରିବ୍ୟୁନାଲରେ ସେପ୍ଟେମ୍ବର ୬ ତାରିଖକୁ ଶୁଣାଣି ଘୁଞ୍ଚିଲା । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢିଥିବାରୁ ସମାଧାନ ପାଇଁ ଉଭୟ ପକ୍ଷ ରାଜି ଥିବା ଏଜି ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି ।
ସେପଟେ ଏହି ବିବାଦର ସମାଧାନ ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଥିବା ଚିଠିର ପ୍ରତିଉତ୍ତର ଦେଇଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ଆପୋସ ଆଲୋଚନାରେ ସମାଧାନ ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ପୂର୍ବରୁ ଚିଠି ଲେଖିଥିଲେ । ଆଲୋଚନା ପାଇଁ ସହମତି ପ୍ରକାଶ କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ । ଏହା ବିଚରାଧୀନ ଅଛି ବୋଲି ସ୍ପଷ୍ଟ କରିଛନ୍ତି ।




