ରାଜ୍ୟ ବିଜେପି ର ନୂଆ ସଭାପତି ହେଲେ ମନମୋହନ ସାମଲ

ଭୁବନେଶ୍ୱର : ମନମୋହନ ସାମଲ ହେବେ ରାଜ୍ୟ ବିଜେପିର ନୂଆ ସଭାପତି । ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି । ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ମନମୋହନଙ୍କ ନେତୃତ୍ୱରେ ଦଳ ୨୦୨୪ ନିର୍ବାଚନ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇ ଯାଇଛି […]

Samaya Live Picture
Published On

ଭୁବନେଶ୍ୱର : ମନମୋହନ ସାମଲ ହେବେ ରାଜ୍ୟ ବିଜେପିର ନୂଆ ସଭାପତି । ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।

ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ମନମୋହନଙ୍କ ନେତୃତ୍ୱରେ ଦଳ ୨୦୨୪ ନିର୍ବାଚନ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇ ଯାଇଛି

ନବ ନିଯୁକ୍ତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳର ଜଣେ ବରିଷ୍ଠ ନେତା । ସେ ୧୯୫୯ ମସିହା ଅପ୍ରେଲ ମାସ ୧୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। କଳା ଏବଂ ଓକିଲାତିରେ ସ୍ନାତକ ଶ୍ରୀ ସାମଲ ଛାତ୍ର ଜୀବନରୁ ରାଜନୀତିରେ ଯୋଗ ଦେଇଥିଲେ ସେ ଭଦ୍ରକ କଲେଜରେ ପାଠ ପଢ଼ୁଥିବାବେଳେ ୧୯୭୯ ମସିହାରେ ଭଦ୍ରକ କଲେଜର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ। ଏହି ସମୟରେ ସେ ଏବିଭିପିର ସଦସ୍ୟ ହୋଇଥିଲେ। ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ଏବଂ ସେ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି।

ମନମୋହନ ସାମଲ ପୂର୍ବରୁ ୧୯୯୯-୨୦୦୦ ଓ ୨୦୦୧-୨୦୦୪ ମସିହା ପର୍ଯ୍ୟନ୍ତ ୨ ଥର ଦଳର ସଭାପତି ଭାବେ ଦାୟିତ୍ୱ ନିର୍ବା କରି ସାରିଛନ୍ତି। ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଧାମ ନଗରର ବିଧାୟକ ତଥା ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ବିଜେପି-ବିଜେଡି ମେଣ୍ଟ ଥିବା ବେଳେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ରାଜସ୍ୱ ଓ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏହାଛଡ଼ା ମନମୋହନ ସାମଲ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ।

Tags: