ମାଓବାଦୀ ଦମନ ନେଇ ରାଜ୍ୟ ପୋଲିସର ଅଭିଯାନ: ଫୁଲବାଣୀରେ ବୈଠକ ନେଲେ ପୋଲିସ ଡିଜି

ଭୁବନେଶ୍ୱର: ଫୁଲବାଣୀ ସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ମାଓବାଦୀ କାର୍ଯ୍ୟକଳାପକୁ ସମ୍ପୂର୍ଣ୍ଣ ଭାବେ ମୁଳପୋଛ କରାଯିବା ସହ ସେମାନଙ୍କୁ ଦୃଢ଼ ହସ୍ତରେ ଦମନ କରାଯିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି। ଉକ୍ତ ବୈଠକରେ ଜିଲ୍ଲା ପ୍ରଶାସନ, ଜିଲ୍ଲା ପୋଲିସ, ସିଆରପିଏଫ, ବିଏସଏଫର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ, କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ […]

Samaya Live Picture
Published On

ଭୁବନେଶ୍ୱର: ଫୁଲବାଣୀ ସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ମାଓବାଦୀ କାର୍ଯ୍ୟକଳାପକୁ ସମ୍ପୂର୍ଣ୍ଣ ଭାବେ ମୁଳପୋଛ କରାଯିବା ସହ ସେମାନଙ୍କୁ ଦୃଢ଼ ହସ୍ତରେ ଦମନ କରାଯିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି। ଉକ୍ତ ବୈଠକରେ ଜିଲ୍ଲା ପ୍ରଶାସନ, ଜିଲ୍ଲା ପୋଲିସ, ସିଆରପିଏଫ, ବିଏସଏଫର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ ଯେ, କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା ମାର୍ଚ୍ଚ 2026 ସୁଦ୍ଧା ନକ୍ସଲ ସମସ୍ୟାକୁ ସମାପ୍ତ କରିବାକୁ ସମୟ ସୀମା ଧାର୍ଯ୍ୟ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ପକ୍ଷରୁ ଜୋରଦାର ଅଭିଯାନ ଆରମ୍ଭ ହୋଇଛି। ଏହି ସମୟ ସୀମା ମଧ୍ୟରେ ରାଜ୍ୟରୁ ନକ୍ସଲ ବିରୋଧୀ କାର୍ଯ୍ୟକଳାପକୁ ସମାପ୍ତ କରାଯିବା ଉପରେ ଡିଜିପି ଶ୍ରୀ ଖୁରାନିଆ ଆଶାବ୍ୟକ୍ତ କରିଛନ୍ତି। ଅତୀତରେ ମାଓବାଦୀ ମୁକାବିଲା କ୍ଷେତ୍ରରେ ରାଜ୍ୟ ପୋଲିସ ସକ୍ରିୟ ଭୁମିକା ଗ୍ରହଣ କରି ଆସିଛି । ଆଗାମୀ ଦିନରେ ଏହାକୁ ଆହୁରି ଅଧିକ ତ୍ୱରାନ୍ୱିତ କରାଯିବ ବୋଲି ଡିଜିପି ମତବ୍ୟକ୍ତ କରିଛନ୍ତି।

Tags: