କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ବିବାହିତା ଝିଅଙ୍କୁ ମିଳିବ ଚାକିରୀ
ଭୁବନେଶ୍ୱର : ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିଲା । ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ବାପାମା’ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ/ ସାବତ ଝିଅଙ୍କୁ ମିଳିବ ଚାକିରି । ଥଇଥାନ ଯୋଜନାରେ ବିବାହିତ ଝିଅଙ୍କୁ ମିଳିବ ଚାକିରି । ସେହିପରି ଅଗ୍ନିବୀରଙ୍କୁ […]
ଭୁବନେଶ୍ୱର : ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିଲା । ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ବାପାମା’ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ/ ସାବତ ଝିଅଙ୍କୁ ମିଳିବ ଚାକିରି । ଥଇଥାନ ଯୋଜନାରେ ବିବାହିତ ଝିଅଙ୍କୁ ମିଳିବ ଚାକିରି ।
ସେହିପରି ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି। ଅବସର ପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଦଶ ପ୍ରତିଶତ (୧୦%) ଆନୁଭୂମିକ ସଂରକ୍ଷଣ (Horizontal Reservation)ର ବ୍ୟବସ୍ଥା ରହିଛି । ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ଦଶ ପ୍ରତିଶତ (୧୦%) ସଂରକ୍ଷଣ ରହିବ ।ନି ର୍ଦ୍ଧାରିତ ବୟସ ସୀମାକୁ ତିନି (୦୩) ବର୍ଷ କୋହଳ କରାଯିବ। ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ଦିଆଯିବ ।
ସେହପରି ଅଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର। ବନ୍ଦରର ୯୫ ଭାଗ ଅଦାନୀ ପାଖରେ ରହିବ ଏବଂ ୫ ପ୍ରତିଶତ ଭାଗ ଷ୍ଟିବିଡର ପାଖରେ ରହିବ।




