ଆଜିଠୁ ଆରମ୍ଭ ମାଟ୍ରିକ୍ ବୋର୍ଡ ପରୀକ୍ଷା
ଭୁବନେଶ୍ୱର: ଅପ୍ରେଲ ୨୯: ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା । ୩,୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍ ୫,୭୧,୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାଡ୍ର ବ୍ୟବସ୍ଥା ହୋଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଥର ଦ୍ୱିତୀୟ ସିଟିଂରେ ପରୀକ୍ଷା ନକରିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ସବୁ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟାପ୍ତ ପାନୀୟ ଜଳ ଓ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇବାକୁ ବି ନିଷ୍ପତ୍ତି ହୋଇଛି। […]
ଭୁବନେଶ୍ୱର: ଅପ୍ରେଲ ୨୯: ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା । ୩,୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍ ୫,୭୧,୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାଡ୍ର ବ୍ୟବସ୍ଥା ହୋଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଥର ଦ୍ୱିତୀୟ ସିଟିଂରେ ପରୀକ୍ଷା ନକରିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ସବୁ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟାପ୍ତ ପାନୀୟ ଜଳ ଓ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇବାକୁ ବି ନିଷ୍ପତ୍ତି ହୋଇଛି। କୋଭିଡ ନିୟମ ଅନୁସାରେ, ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଓ ସିଟିଂ ଆରେଞ୍ଜମେଣ୍ଟ ବ୍ୟବସ୍ଥା ମଧ୍ୟ କରାଯାଇଛି। ପ୍ରଥମ ଦିନ ସକାଳ ୭ଟାରୁ ଓ ଅନ୍ୟ ଦିନ ୭ଟା ୧୫ରୁ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀ ପ୍ରବେଶ କରିବେ। ସକାଳ ୭ଟା ୪୫ରେ ପ୍ରଶ୍ନପତ୍ର ଦିଆଯିବ। ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ପରୀକ୍ଷା ସକାଳ ୮ଟାରୁ ୯ଟା ଏବଂ ପାର୍ଟ-୨ ପରୀକ୍ଷା ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ। କେବଳ ଗଣିତରେ ପିଲାଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ। ଶୃଙ୍ଖଳିତ ପରୀକ୍ଷା ପରିଚାଳନା ପାଇଁ ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ, ଜିଲ୍ଲା ପ୍ରଶାସନ ପକ୍ଷରୁ ୪ ସ୍ତରୀୟ ସ୍କ୍ୱାଡ୍ ଗଠନ କରାଯାଇଛି।




