ଆରମ୍ଭ ହେଲା ମାଟ୍ରିକ ଖାତା ମୂଲ୍ୟାୟନ

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ଖାତା ମୂଲ୍ୟାୟନ । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖିବେ ଶିକ୍ଷକ ଶିକ୍ଷୟିତ୍ରୀ। ଏଥିପାଇଁ ଗତକାଲିଠାରୁ ମୂଲ୍ୟାୟନକେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଯୋଗଦେଇଛନ୍ତି। ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବେ ବୋଲି ସୂଚନା ମିଳିଛି। ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ୩୦୨୯ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ହୋଇଥିଲା । ୫ ଲକ୍ଷ ୩୨ ହଜାର ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାର୍ଥୀ, ୨୦୯୪ ଜଣ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ଖାତା ମୂଲ୍ୟାୟନ । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖିବେ ଶିକ୍ଷକ ଶିକ୍ଷୟିତ୍ରୀ। ଏଥିପାଇଁ ଗତକାଲିଠାରୁ ମୂଲ୍ୟାୟନକେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଯୋଗଦେଇଛନ୍ତି। ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବେ ବୋଲି ସୂଚନା ମିଳିଛି।

ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ୩୦୨୯ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ହୋଇଥିଲା । ୫ ଲକ୍ଷ ୩୨ ହଜାର ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାର୍ଥୀ, ୨୦୯୪ ଜଣ ମଧ୍ୟମା ପରୀକ୍ଷାର୍ଥୀ ଓ ୭୧୮୧ ଜଣ ଓପନ ସ୍କୁଲ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେଇଛନ୍ତି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ମୂଲ୍ୟାୟନ କେନ୍ଦ୍ର ମାନଙ୍କରେ ପାନୀୟ ଜଳ ଓ ଆନୁଷଙ୍ଗିକ ସୁବିଧା ଜିଲ୍ଲା ଶିକ୍ଷାଧିକାରୀ ମାନଙ୍କ ପକ୍ଷରୁ କରାଯାଇଛି । ମେ’ ମାସ ପ୍ରଥମ ସପ୍ତାହ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ମାଧ୍ୟମିକ ଶିକ୍ଷା ପରିଷଦ।

Tags: