ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ବର: ଜୁଲାଇ ୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩ତାରିଖରୁ ଆରମ୍ଭ ହୋଇ ଜୁଲାଇ ୮ ତାରିଖ ଯାଏ ଚାଲିବ । ୮୦ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌ିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଉଭୟ ସପ୍ଲିମେଣ୍ଟାରି […]

Samaya Live Picture
Published On

ଭୁବନେଶ୍ବର: ଜୁଲାଇ ୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩ତାରିଖରୁ ଆରମ୍ଭ ହୋଇ ଜୁଲାଇ ୮ ତାରିଖ ଯାଏ ଚାଲିବ । ୮୦ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌ିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଉଭୟ ସପ୍ଲିମେଣ୍ଟାରି ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ବୋର୍ଡ ୱେବସାଇଟ www.bseodisha.ac.inକୁ ଯାଇ ଡାଉନଲୋଡ଼ କରିପାରିବେ ଛାତ୍ରଛାତ୍ରୀ । ଏ ନେଇ ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି I

Tags: