ଆଜି ଠାରୁ ରାଜ୍ୟରେ ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
ଭୁବନେଶ୍ୱର :ଆଜିଠୁ ରାଜ୍ୟରେ ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେଉଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ । ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧.୩୦ ପର୍ଯ୍ୟନ୍ତ ଚାଲିବ । ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି ୯୭୨ ଜଣ ଛାତ୍ରଛାତ୍ରୀ […]
ଭୁବନେଶ୍ୱର :ଆଜିଠୁ ରାଜ୍ୟରେ ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେଉଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ । ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧.୩୦ ପର୍ଯ୍ୟନ୍ତ ଚାଲିବ । ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି ୯୭୨ ଜଣ ଛାତ୍ରଛାତ୍ରୀ ।
ଆଜି ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ରହିଛି ଇ ସେହିପରି ୨୪-୦୭ ରେ ଇଂରାଜୀ,୨୬-୦୭ ରେ ସାଧାରଣ ବିଜ୍ଞାନ,୨୯-୦୭ରେ ଗଣିତ,୩୦ରେ ସାମାଜିକ ବିଜ୍ଞାନ ଏବଂ ୩୧-୦୭ରେ ହିନ୍ଦୀ/ସଂସ୍କୃତ ବିଷୟରେ ପରୀକ୍ଷା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି I
ସେହିପରି ରବିବାର ଠାରୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆରମ୍ଭ ହୋଇ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ I ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି । ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।




