ଜୁନ୍ ୩୦ରୁ ଆରମ୍ଭ ହେବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ : ଜୁନ ୩୦ ରୁ ଆରମ୍ଭ ହେବ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଆନୁକୂଲ୍ୟରେ ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍ ୩୦ ତାରିଖରୁ ଆରମ୍ଭ ହେବ। ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରିନଥିବା ୩୨୩୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ସେମାନଙ୍କ ନିମନ୍ତେ ୯୮ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଏହି ପରୀକ୍ଷା ଆସନ୍ତା ୩୦ରୁ ଆରମ୍ଭ ହୋଇ […]
କଟକ : ଜୁନ ୩୦ ରୁ ଆରମ୍ଭ ହେବ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଆନୁକୂଲ୍ୟରେ ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍ ୩୦ ତାରିଖରୁ ଆରମ୍ଭ ହେବ। ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରିନଥିବା ୩୨୩୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ସେମାନଙ୍କ ନିମନ୍ତେ ୯୮ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଏହି ପରୀକ୍ଷା ଆସନ୍ତା ୩୦ରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ।
ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ନିମନ୍ତେ ୧୦୩ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ରହିଛି। ପ୍ରାୟ ୧୦ ହଜାର ୮୦୯ ପରୀକ୍ଷାର୍ଥୀ ଉକ୍ତ ପରୀକ୍ଷା ଦେବେ। ଉଭୟ ପରୀକ୍ଷା ପାଇଁ ବୋର୍ଡ ୱେବସାଇଟ୍ରେ ପ୍ରବେଶ ପତ୍ର ଉପଲବ୍ଧ ଥିବା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।




