କଟକ ଯାଏଁ ଗଡିବ ମେଟ୍ରୋ ଟ୍ରେନ୍ – ମନ୍ତ୍ରୀ

ଭୁବନେଶ୍ୱର : ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି। ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ । ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି । ଏୟାରପୋର୍ଟରୁ ତ୍ରିସୁଳିଆ […]

Samaya Live Picture
Published On

ଭୁବନେଶ୍ୱର : ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି। ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ।

ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି । ଏୟାରପୋର୍ଟରୁ ତ୍ରିସୁଳିଆ ପର୍ଯ୍ୟନ୍ତ କରାଯାଇଥିଲା, ଏହା କେତେଦୂର ଯୁକ୍ତିଯୁକ୍ତ । ଲୋକେ ତ୍ରିସୁଳିଆ ପର୍ଯ୍ୟନ୍ତ ଯାଇ କଣ କରିବେ, କଟକ ପର୍ଯ୍ୟନ୍ତ ଯିବାର ଆବଶ୍ୟକତା ରହିଛି ।

ସେହିଭଳି ଅନ୍ୟାନ୍ୟ ସ୍ଥାନକୁ ମଧ୍ୟ ଯିବାର ଆବଶ୍ୟକତା ରହିଛି । କମିଟି ଅନୁଧ୍ୟାନ କରୁଛି ଏବଂ ଏହାର ପରିଧିକୁ ବିସ୍ତୃତ କରାଯିବ ଏବଂ ଏହି ପ୍ରକଳ୍ପକୁ ବାତିଲ କରାଯିବ ନାହିଁ । ପରିସର ବୃଦ୍ଧି କରାଯିବ । ଲୋକଙ୍କ ସରକାର ଲୋକଙ୍କର ଯାହା ଆବଶ୍ୟକତା ତାହା କରାଯିବ । ଟେକ୍ନିକାଲ ଲୋକଙ୍କୁ ରଖି ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି ଏବଂ ଏହି କମିଟି ସର୍ଭେ ମଧ୍ୟ କରିଛି । ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ। ଏହି ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି । ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ।

ସେହିପରି ଜୟଦେବ ବିହାରରୁ ନନ୍ଦନକାନନ ରାସ୍ତା ତିନିଥାକିଆ ହେବ । ଉପରେ ମେଟ୍ରୋ ଓ ତଳେ ଗାଡି ଯାତାୟତ କରିବ ବୋଲି ମନ୍ତ୍ରୀ କହିଛନ୍ତି ।

Tags: