ଶ୍ରମିକ ମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ […]

ଶ୍ରମିକ ମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି
Samaya Live Picture
Published On

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି ।
ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି।

Tags: