ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ମାମଲା, ହାଇକୋର୍ଟରେ ଖାରଜ ହେଲା ସିବିଆଇ ତଦନ୍ତ ଆବେଦନ

କଟକ : ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ I ଏନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ଏହାବାଦ ହାଇକୋର୍ଟ କହିଛନ୍ତି ବର୍ତ୍ତମାନ ୧୧ ଦିନ ହେବ ଏହି ହତ୍ୟାକାଣ୍ଡ ଘଟଣାର ତଦନ୍ତ କରୁଛନ୍ତି କ୍ରାଇମବ୍ରାଞ୍ଚ । ତେଣୁ ଏଥିରେ ହସ୍ତକ୍ଷେପ କରିବାର ଆବଶ୍ୟକତା ନାହିଁ। ତେଣୁ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାକୁ ଖାରଜ କରି ଏହାର ଅନ୍ତ ଘଟାଇଛନ୍ତି। […]

Samaya Live Picture
Published On

କଟକ : ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ I ଏନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ଏହାବାଦ ହାଇକୋର୍ଟ କହିଛନ୍ତି ବର୍ତ୍ତମାନ ୧୧ ଦିନ ହେବ ଏହି ହତ୍ୟାକାଣ୍ଡ ଘଟଣାର ତଦନ୍ତ କରୁଛନ୍ତି କ୍ରାଇମବ୍ରାଞ୍ଚ । ତେଣୁ ଏଥିରେ ହସ୍ତକ୍ଷେପ କରିବାର ଆବଶ୍ୟକତା ନାହିଁ। ତେଣୁ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାକୁ ଖାରଜ କରି ଏହାର ଅନ୍ତ ଘଟାଇଛନ୍ତି। ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ଗତ ୬ ତୀଖ ଦିନ ହାଇକୋର୍ଟରେ ପିଟିସନ୍‌ ଦାଖଲ କରିଥିଲେ ଭାରତୀୟ ବିକାଶ ପରିଷଦ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଓ ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ ଦାଶ I ଏହି ମାମଲାରେ କେନ୍ଦ୍ର ସରକାର, ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୁଲିସ ମହାନିର୍ଦେଶକ, କ୍ରାଇମବ୍ରାଞ୍ଚକୁ ପକ୍ଷଭୁକ୍ତ କରାଯାଇଥିଲା।

Tags: