ଆଇଏଏସ ସ୍ତରରେ ସାମାନ୍ୟ ଅଦଳବଦଳ

ଭୁବନେଶ୍ୱର : ଭାରତୀୟ ପ୍ରଶାସନିକ ସେବା ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିେର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇ ଥିବାବେଳେ ଶୁଭମ୍‌‌ ସାକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। । ସେହିପରି କେ.ସୁଦର୍ଶନ ଚକ୍ରବର୍ତ୍ତିଙ୍କୁ ସାଧାରଣ ବଣ୍ଟନ ନିଗମ ପରିଚାଳନା ନିର୍ଦେଶ ଭାବେ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ […]

Samaya Live Picture
Published On

ଭୁବନେଶ୍ୱର : ଭାରତୀୟ ପ୍ରଶାସନିକ ସେବା ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିେର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇ ଥିବାବେଳେ ଶୁଭମ୍‌‌ ସାକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। । ସେହିପରି କେ.ସୁଦର୍ଶନ ଚକ୍ରବର୍ତ୍ତିଙ୍କୁ ସାଧାରଣ ବଣ୍ଟନ ନିଗମ ପରିଚାଳନା ନିର୍ଦେଶ ଭାବେ ନିଯୁକ୍ତି ଦିଆଯାଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଥିବାବେଳେ ତାଙ୍କୁ  ବିଜ୍ଞାନ ଓ କାରିଗରି କୌଶଳ ବିଭାଗ ପ୍ରମୁଖ ସଚିବ ଅତିରିକ୍ତ ଦାୟିତ୍ୱ  ନିର୍ବାହ କରିବାକୁ କୁହାଯାଇଛି। ସେହିପରି ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଭାବେ ବଦଳି କରାଯାଇଛି ଏବଂ  ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।  ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି।

 

Tags: