ରାସ୍ତା ମଝିରେ ଜଳିଗଲା ‘ମୋ ବସ’

କଟକ : ଚଳନ୍ତା ମୋ ବସ ରେ ଲାଗିଲା ନିଆଁ I କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବାବେଳେ, ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି I ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଡ୍ରାଇଭର ଏହା ଜାଣିପାରି ଯାତ୍ରୀମାନଙ୍କୁ ତଳକୁ ଓହ୍ଲାଇ ଦେଇଥିଲା। […]

Samaya Live Picture
Published On

କଟକ : ଚଳନ୍ତା ମୋ ବସ ରେ ଲାଗିଲା ନିଆଁ I କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବାବେଳେ, ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି I

ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଡ୍ରାଇଭର ଏହା ଜାଣିପାରି ଯାତ୍ରୀମାନଙ୍କୁ ତଳକୁ ଓହ୍ଲାଇ ଦେଇଥିଲା। ଏହପରେ ହୁତୁ ହୁତୁ ହୋଇ ଜଳି ଯାଇଥିଲା I ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବସ୍‌ର ଭିତରେ ଥିବା ସିଟ୍‌ଗୁଡ଼ିକ ସମ୍ପୂର୍ଣ୍ଣ ଜଳିଯାଇଛି।

Tags: