ବଂଶୀ ବଜାଇଲେ ମୋହନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଉ ଏକ ରୂପରେ ଦେଖିବାକୁ ମିଳିଛି । ଓଡ଼ିଆ ପକ୍ଷ ସମାବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବଂଶୀ ବଜାଇବାର ଦେଖାଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଦର୍ଶିତ ହୋଇଥିବା ଲୋକକଳାର ବାଦ୍ୟଯନ୍ତ୍ର ପ୍ରଦର୍ଶନୀ ବୁଲିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଂଶୀଟିଏ ଦେଖାଇଥିଲେ । ମୁଖ୍ୟମନ୍ତ୍ରୀ ସେହି ବଂଶୀ ବାଦନ କରିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ସେଠାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।
Tags:



