ମୌସୁମୀ ସକ୍ରିୟ,୧୧ ରୁ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ପୁଣି ସକ୍ରିୟ ହୋଇଛି ମୌସୁମୀ I ଏହାର ପ୍ରଭାବରେ ଶନିବାର ରାଜ୍ୟର କିଛି ଅଞ୍ଚଳରେ ଝିପିଝିପି ବର୍ଷା ହୋଇଛି। ସେହିପରି ରବିବାର ଦିନ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି। ଆଗାମୀ ୪ଦିନ ପର୍ଯ୍ୟନ୍ତ ଦକ୍ଷିଣ, ଆଭ୍ୟନ୍ତରୀଣ କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ପୁଣି ସକ୍ରିୟ ହୋଇଛି ମୌସୁମୀ I ଏହାର ପ୍ରଭାବରେ ଶନିବାର ରାଜ୍ୟର କିଛି ଅଞ୍ଚଳରେ ଝିପିଝିପି ବର୍ଷା ହୋଇଛି। ସେହିପରି ରବିବାର ଦିନ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି। ଆଗାମୀ ୪ଦିନ ପର୍ଯ୍ୟନ୍ତ ଦକ୍ଷିଣ, ଆଭ୍ୟନ୍ତରୀଣ କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ଜୁଲାଇ ୮ ମଧ୍ୟରେ ୨୨୭.୨ ମି.ମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୨୮୬.୮ ମି.ମି. ତୁଳନାରେ ୨୪ ପ୍ରତିଶତ କମ ରହିଛି। ଏହି ଅବଧି ମଧ୍ୟରେ ଦେବଗଡରେ ସର୍ବାଧିକ ୪୩୧.୫ ମି.ମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୨୭୮.୮ମି.ମି ତୁଳନାରେ ୫୫% ଅଧିକ ରହିଛି। କଳାହାଣ୍ଡିରେ ସର୍ବନିମ୍ନ ୧୨୩.୫ ମି.ମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାର ସ୍ୱାଭାବିକ ବର୍ଷା ୩୪୦.୬ମି.ମି ତୁଳନାରେ ୬୪% କମ ରହିଛି। ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା ଏବଂ ଗଜପତିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି I ସେହିପରି ୧୧ ତାରିଖରୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Tags: