ଓଡିଶା ଛୁଇଁଲା ମୌସୁମୀ,୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଓଡିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ I ଏହାର ପ୍ରଭାବରେ ୨୨ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷ ଆରମ୍ଭ ହୋଇ ଯାଇଛି I ଆସନ୍ତା ୨ ଦିନ ମଧ୍ୟରେ ସାରା ଓଡ଼ିଶା ଛୁଇଁଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ୧୨ ଦିନ ବିଳମ୍ବରେ ଆସିଥିଲେ ହେଁ ଗୁରୁବାର ପ୍ରଥମ ଦିନରେ ପ୍ରଚଣ୍ଡ ଖରା ଓ ଗୁଳୁଗୁଳିରୁ ଲୋକଙ୍କୁ ବଡ଼ ଆଶ୍ବସ୍ତି ଦେଇଛି ମୌସୁମୀ। ପାଣିପାଗ ବିଭାଗ ସୂଚନାନୁସାରେ୨୨ ତାରିଖ ଠାରୁ […]
ଭୁବନେଶ୍ୱର : ଓଡିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ I ଏହାର ପ୍ରଭାବରେ ୨୨ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷ ଆରମ୍ଭ ହୋଇ ଯାଇଛି I ଆସନ୍ତା ୨ ଦିନ ମଧ୍ୟରେ ସାରା ଓଡ଼ିଶା ଛୁଇଁଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ୧୨ ଦିନ ବିଳମ୍ବରେ ଆସିଥିଲେ ହେଁ ଗୁରୁବାର ପ୍ରଥମ ଦିନରେ ପ୍ରଚଣ୍ଡ ଖରା ଓ ଗୁଳୁଗୁଳିରୁ ଲୋକଙ୍କୁ ବଡ଼ ଆଶ୍ବସ୍ତି ଦେଇଛି ମୌସୁମୀ।
ପାଣିପାଗ ବିଭାଗ ସୂଚନାନୁସାରେ୨୨ ତାରିଖ ଠାରୁ ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ୪ ଜିଲ୍ଲାରେ ଅତି ପ୍ରବଳ ଓ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି I ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେହିପରି ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ଗୁରୁବାର ଦିନ ମୌସୁମୀ ସକ୍ରିୟ ହୋଇଥିବା ବେଳେ କୋରାପୁଟ ଓ ଗଜପତି ଜିଲ୍ଲାକୁ ମଧ୍ୟ ଅଗ୍ରସର ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ସେହିଭଳି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ସାରା ଓଡ଼ିଶା ଛୁଇଁଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି।
ଅନ୍ୟପକ୍ଷେ, ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଆକଳନ କରାଯାଇଛି ।




