ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କଥା ହେଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ମଧ୍ୟପ୍ରଦେଶରେ ଓଡ଼ିଆ ଶ୍ରଦ୍ଧାଳୁଙ୍କ ଦୁର୍ଘଟଣାଜନିତ ମୃତ୍ୟୁରେ ଶୋକପ୍ରକାଶ , ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କଥା ହେଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ
Samaya Live News Picture
Published On

ଭୁବନେଶ୍ୱର - ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାରେ ଘଟିଥିବା ଏକ ଅଭାବନୀୟ ଦୁର୍ଘଟଣାରେ ଓଡ଼ିଆ ଶ୍ରଦ୍ଧାଳୁଙ୍କ ପ୍ରାଣହାନି ଘଟିବା ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏକ ଶୋକ ବାର୍ତ୍ତାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାରେ ଅଭାବନୀୟ ଘଟଣାରେ ଓଡ଼ିଆ ଶ୍ରଦ୍ଧାଳୁଙ୍କ ପ୍ରାଣହାନି ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଅସହ୍ୟ ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।

ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ଶ୍ରୀ ପ୍ରଧାନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ସହ ଆଲୋଚନା କରିଛନ୍ତି । ପୀଡ଼ିତ ପରିବାରକୁ ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇଦେବା ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ଜଣାଇଛନ୍ତି ।

ସେପଟେ,ଆଗର-ମାଲୱା ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁକୁ ନେଇ ସମଗ୍ର ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (PMNRF)ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗର-ମାଲୱାର ଏହି ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁ ପରିବାର ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ସେ ଗଭୀର ସମବେଦନା ଜଣାଇଛନ୍ତି।

Tags: