ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସ ରେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର : ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ I ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗତକାଲି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ତାଙ୍କୁ ଭର୍ତି କରାଯାଇଥିଲା I ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ସେ ନିମୋନିଆ ଜ୍ୱରରେ ପୀଡ଼ିତ ଥିବା ଜଣାପଡ଼ିଥିଲା । ଆଜି ସାମାନ୍ୟ ସୁସ୍ଥ ଅନୁଭବ କରିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ସକାଳେ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ରେଫର […]

Samaya Live Picture
Published On

ଭୁବନେଶ୍ୱର : ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ I ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗତକାଲି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ତାଙ୍କୁ ଭର୍ତି କରାଯାଇଥିଲା I ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ସେ ନିମୋନିଆ ଜ୍ୱରରେ ପୀଡ଼ିତ ଥିବା ଜଣାପଡ଼ିଥିଲା । ଆଜି ସାମାନ୍ୟ ସୁସ୍ଥ ଅନୁଭବ କରିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ସକାଳେ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ରେଫର କରାଯାଇଛି । ତେବେ ପୂର୍ବରୁ ମଧ୍ୟ ପ୍ରତାପ ଷଡ଼ଙ୍ଗୀଙ୍କର ହାର୍ଟ ସଜରୀ ହୋଇଥିଲା । ଆବଶ୍ୟକ ପଡ଼ିଲେ ତାଙ୍କର ଅଧିକ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯିବ ବୋଲି ସୂଚନା ମିଳିଛି I ସାଂସଦଂକ ସହିତ ଏକ ଡାକ୍ତରୀ ଟିମ ମଧ୍ୟ ଭୁବନେଶ୍ୱର ପହଞ୍ଚିଛନ୍ତି I

Tags: