ଜଗତସିଂହପୁର ଏବଂ କେନ୍ଦ୍ରାପଡାରେ ନବୀନଙ୍କ ଜୋରଦାର ପ୍ରଚାର

ଜଗତସିଂହପୁର : ଆସନ୍ତା ଜୁନ ୧ ତାରିଖରେ ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ବିଜେଡି ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି । ସୋମବାର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲାରେ ମାରାଥନ ପ୍ରଚାର କରିଛନ୍ତି। ଜଗତସିଂହପୁର ଷ୍ଟାଡିୟମରେ ଆୟୋଜିତ ଜନସମାବେଶରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଜେଡି ସରକାରର ବିଭିନ୍ନ ଯୋଜନା ବିଷୟରେ ଜନସାଧାରଣଙ୍କୁ ପଚାରି ବୁଝିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ), ଲକ୍ଷ୍ମୀ ବସ୍‌‌ ଯୋଜନା, ମଧୁବାବୁ ପେନ୍‌‌ସନ, ଛାତ୍ରବୃତ୍ତି ଆଦି […]

Samaya Live Picture
Published On

ଜଗତସିଂହପୁର : ଆସନ୍ତା ଜୁନ ୧ ତାରିଖରେ ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ବିଜେଡି ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି । ସୋମବାର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲାରେ ମାରାଥନ ପ୍ରଚାର କରିଛନ୍ତି। ଜଗତସିଂହପୁର ଷ୍ଟାଡିୟମରେ ଆୟୋଜିତ ଜନସମାବେଶରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଜେଡି ସରକାରର ବିଭିନ୍ନ ଯୋଜନା ବିଷୟରେ ଜନସାଧାରଣଙ୍କୁ ପଚାରି ବୁଝିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ), ଲକ୍ଷ୍ମୀ ବସ୍‌‌ ଯୋଜନା, ମଧୁବାବୁ ପେନ୍‌‌ସନ, ଛାତ୍ରବୃତ୍ତି ଆଦି ଯୋଜନା ଭଲ କି ବୋଲି ମୁଖ୍ୟମନ୍ତ୍ରୀ ପଚାରିଥିଲେ। ଏହା ସହିତ ସେ ବିଜେଡିକୁ ଯୋଡ଼ି ଶଙ୍ଖରେ ଭୋଟ ଦେଇ ବିଜୟୀ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

ଏହାସହିତ କେନ୍ଦ୍ରାପଡାରେ ମଧ୍ୟ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ I ସେଠାରେ ପ୍ରଚାରବେଳେ ନାଁ ନ ନେଇ ସେ କେନ୍ଦ୍ରାପଡାର ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ଟାର୍ଗେଟ କରିବା ସହ ଯୋଡି ଶଙ୍ଖରେ ଭୋଟ ଦେଇ ଉପଯୁକ୍ତ ପ୍ରାର୍ଥୀ ବାଛିବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ରାପଡାରେ ଜଣଙ୍କୁ ୧୦ ବର୍ଷ ଏମ୍‌ପି କଲି। ସେ ନିଜ କମ୍ପାନୀକୁ ଲାଭ ଦେଇ ମୋ ସହ ଓ କେନ୍ଦ୍ରାପଡାବାସୀଙ୍କ ସହ ବିଶ୍ବାସଘାତକତା କରିଥିଲେ। ଏହି ସମୟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ସେଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା।

Tags: