ପୁରୀରେ ପହଁଚିଲେ ନିତିନ ଗଡ଼କରୀ
ଭୁବନେଶ୍ୱର : ନିର୍ବାଚନ ପ୍ରଚାର ପାଇଁ ପୁରୀରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ଏକ ସ୍ୱତନ୍ତ୍ର ହେଲିକ୍ୟାପ୍ଟରରେ ଯାଇ ପୁରୀ ତାଳବଣିଆ ଠାରେ ଅବତରଣ କରିଥିଲେ I ସେଠାରୁ ଯାଇ ପୁରୀ ଶ୍ରୀ ମନ୍ଦିରରେ ପହଁଚି ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି । ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ […]
ଭୁବନେଶ୍ୱର : ନିର୍ବାଚନ ପ୍ରଚାର ପାଇଁ ପୁରୀରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ଏକ ସ୍ୱତନ୍ତ୍ର ହେଲିକ୍ୟାପ୍ଟରରେ ଯାଇ ପୁରୀ ତାଳବଣିଆ ଠାରେ ଅବତରଣ କରିଥିଲେ I ସେଠାରୁ ଯାଇ ପୁରୀ ଶ୍ରୀ ମନ୍ଦିରରେ ପହଁଚି ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି । ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବାସଗୃହକୁ ଯିବେ ନୀତିନ ଗଡକରୀ । ଅପରାହ୍ଣରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ପ୍ରଚାର ବିରାଟ ସମାବେଶକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଷ୍ଟାର କ୍ୟାମ୍ପେନର ନୀତିନ ଗଡକରୀ ।
ସୂଚନାନୁସାରେ,ଆସନ୍ତା କାଲି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି I ଆସନ୍ତାକାଲି ସଂଧ୍ୟା ୮ ଟାରେ ପାର୍ଟି ଅଫିସରୁ କରିବେ ବିଶାଳ ରୋଡ ସୋ । ରାମ ମନ୍ଦିର ଠାରୁ ବାଣୀବିହାର ଛକ ପର୍ଯ୍ୟନ୍ତ ରୋଡ଼ ସୋ କରିବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ରୋଡ଼ ସୋ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି ।




