ଓଡିଶା ଗସ୍ତରେ ଆସିବେ ନିତିନ ଗଡ଼କରୀ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଆସନ୍ତା ୧୭ ତାରିଖରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶା ଗସ୍ତରେ ଆସି ରେଭେନ୍ସା ବିଶ୍ୱବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉତ୍ସବରେ ଗଡ଼କରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଏନଏଚଏଆଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ । ଏହାସହ ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ […]

ଓଡିଶା ଗସ୍ତରେ ଆସିବେ ନିତିନ ଗଡ଼କରୀ
Samaya Live Picture
Published On

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଆସନ୍ତା ୧୭ ତାରିଖରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶା ଗସ୍ତରେ ଆସି ରେଭେନ୍ସା ବିଶ୍ୱବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉତ୍ସବରେ ଗଡ଼କରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଏନଏଚଏଆଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ । ଏହାସହ ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ବୋଲି ସୂଚନା ରହିଛି । ୫ ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବାର ରହିଛି କର୍ଯ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

Tags: