ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ନେଇ କୌଣସି ଆଲୋଚନା ହୋଇନାହିଁ – ମନମୋହନ
ଭୁବନେଶ୍ୱର: ତିନି ଦିନିଆ ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ ସମୟରେ ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା । ତେବେ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ଏନେଇ କୌଣସି ସୂଚନା ଦେଇ ନାହାନ୍ତି ମନମୋହନ ସାମଲ । ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି , ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ […]
ଭୁବନେଶ୍ୱର: ତିନି ଦିନିଆ ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ ସମୟରେ ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା । ତେବେ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ଏନେଇ କୌଣସି ସୂଚନା ଦେଇ ନାହାନ୍ତି ମନମୋହନ ସାମଲ । ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି , ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ। ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ।
ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ। ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ। ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ।
ସେ କହିଛନ୍ତି , ରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର କରିଛୁ । ସାମ୍ବିଧାନିକ ପଦ୍ଧତିରେ ରାଜ୍ୟ ବିଜେପିରେ ନୂଆ କମିଟି ହେବ। ରାଜ୍ୟ ବିଜେପିର କମିଟି ଗଠନ ପରେ ନୂଆ ଭିଜନ୍ ପ୍ରସ୍ତୁତ ହେବ। ସେହି କମିଟିରେ ପୁରୁଣା ଏବଂ ନୂଆଙ୍କୁ ସୁଯୋଗ ଦିଆଯିବ। ରାଜ୍ୟ ବିଜେପିରେ ୨୫ ପ୍ରତିଶତ ନୂଆ ମୁହଁ ଆସିବେ। ଦୁଇ ଦିନ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୈଠକ ରହିଛି। ପ୍ରଭାରୀଙ୍କ ସହ ନିରନ୍ତର ବୈଠକ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହେବ।




