ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ କୌଣସି ପ୍ରସ୍ତାବ ନାହିଁ – ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ପରିବର୍ତ୍ତନ ହେବ ନାହିଁ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ । ଏ ନେଇ କୌଣସି ପ୍ରସ୍ତାବ ନାହିଁ ବୋଲି ଆଜି ବିଧାନସଭାରେ କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ । ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ ସୁର୍ଯ୍ୟବଂଶୀ ସୂରଜ । ଗତ ଅଗଷ୍ଟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଯାହାକୁ ନେଇ ଦେଖାଦେଇଥିଲା ତୁମ୍ଭିତୋଫାନ । […]

Samaya Live Picture
Published On

ଭୁବନେଶ୍ୱର : ପରିବର୍ତ୍ତନ ହେବ ନାହିଁ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ । ଏ ନେଇ କୌଣସି ପ୍ରସ୍ତାବ ନାହିଁ ବୋଲି ଆଜି ବିଧାନସଭାରେ କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ । ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ ସୁର୍ଯ୍ୟବଂଶୀ ସୂରଜ । ଗତ ଅଗଷ୍ଟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଯାହାକୁ ନେଇ ଦେଖାଦେଇଥିଲା ତୁମ୍ଭିତୋଫାନ । ଧର୍ମେନ୍ଦ୍ଵ ପ୍ରଧାନ କହିଥିଲେ “ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ କରିବାର ଆବଶ୍ୟକତା ଅଛି । ଯାହାଙ୍କ ନାମରେ ବିଶ୍ୱବିଦ୍ୟାଳୟର ନାମକରଣ ହୋଇଛି, ଦୁର୍ଭିକ୍ଷ ସମୟରେ କ’ଣ କରିଥିଲେ,” କଟକରେ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଶ୍ନ କରିଥିଲେ। ଏହାକୁ ନେଇ ସେତେବେଳେ ବିଭିନ୍ନ ସ୍ତରରେ ପ୍ରତିବାଦ ଆନ୍ଦୋଳନ ସହ ବିତର୍କ ସଭା ହୋଇଥିଲା । ଏବେ କିନ୍ତୁ ରେଭେନ୍ସା ନାମ ପରିବର୍ତ୍ତନ ନେଇ କୌଣସି ପ୍ରସ୍ତାବ ନଥିବା ବିଧାନସଭାରେ ଉତ୍ତର ରଖିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ।

 

Tags: