ଆଉ ନାହାନ୍ତି ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର, ଖାନନଗର ଶ୍ମଶାନରେ ହେବ ଶେଷକୃତ୍ୟ
କଟକ : ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କର ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। କବି ଜୟନ୍ତ ମହାପାତ୍ର ନିମୋନିଆରେ ପୀଡ଼ିତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଖାନ ନଗର ସ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହେବ। ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ […]
କଟକ : ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କର ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। କବି ଜୟନ୍ତ ମହାପାତ୍ର ନିମୋନିଆରେ ପୀଡ଼ିତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଖାନ ନଗର ସ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହେବ।
ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ବେଶ୍ ପରିଚିତ। ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ ଭାଷାରେ କବିତା ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ଗତ କିଛି ଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା।
ତାଙ୍କ ଲିଖିତ ଇଂରାଜୀ କବିତା ପୁସ୍ତକ ଇଣ୍ଡିଆନ ସମର ଓ ହଙ୍ଗର ଆଧୁନିକ ଭାରତର ଇଂରାଜୀ ସାହିତ୍ୟର ଶ୍ରେଷ୍ଠ ପୁସ୍ତକ ଭାବେ ବିବେଚିତ ହୋଇଛି। ଓଡିଆ କବିତାରେ ଅସାଧାରଣ ସାହିତ୍ୟ ରଚନା କରି ବାଣୀଭଣ୍ଡାରକୁ ସମୃଦ୍ଧ କରିଛନ୍ତି।
ଓଡ଼ିଆ ଭାଷାରେ ବଳୀ, କହିବେ ଗୋଟିଏ କଥା, ବାୟା ରାଜା, ଟିକିଏ ଛାଇ, ଚାଲି, ଯଦିବା ଗପଟିଏ, ସ୍ମୃତି ପରି କିଛିଟି ଆଦି ପୁସ୍ତକ ରଚନା କରିଛନ୍ତି। ୨୦୦୯ରେ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା। ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ୨୭ରୁ ଅଧିକ ପୁସ୍ତକ ରଚନା କରିଛନ୍ତି। ।




