୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ନୋଟିସ
ପୁରୀ : ଦିଘା ଜଗନ୍ନାଥ ମନ୍ଦିର ଦାରୁ ନେବା ପ୍ରସଙ୍ଗ । ଏସମ୍ପର୍କରେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ଅରବିନ୍ଦ ପାଢ଼ୀ । ନୋଟିସ ପାଇବାର ୭ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ସମୟ ଦିଆଯାଇଛି। ଏହି ସମୟ ଭିତରେ ସନ୍ତୋଷଜନକ ଉତ୍ତର ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି। […]
ପୁରୀ : ଦିଘା ଜଗନ୍ନାଥ ମନ୍ଦିର ଦାରୁ ନେବା ପ୍ରସଙ୍ଗ । ଏସମ୍ପର୍କରେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ଅରବିନ୍ଦ ପାଢ଼ୀ । ନୋଟିସ ପାଇବାର ୭ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ସମୟ ଦିଆଯାଇଛି। ଏହି ସମୟ ଭିତରେ ସନ୍ତୋଷଜନକ ଉତ୍ତର ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି। ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁର୍ଣ୍ଣ କରିବା ଅଭିଯୋଗରେ ଏହି କୈଫିୟତ ମଗାଯାଇଛି ।
ନୋଟିସ ପାଇବାର ୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ସମୟ ଦିଆଯାଇଛି । ଏହି ସମୟ ଭିତରେ ସନ୍ତୋଷ ଜନକ ଉତ୍ତର ନମିଳିଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି ।
ପଶ୍ଚିମବଙ୍ଗ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଥିଲେ ରାମକୃଷ୍ଣ ଦାସ ମହାପାତ୍ର । ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କର ନବକଳେବର ବଳକା ଦାରୁରେ ନିର୍ମିତ ମୂର୍ତ୍ତି ସେହି ଦୀଘା ମନ୍ଦିରକୁ ପ୍ରଦାନ କରିଥିବା ସେ ଏକ ବଙ୍ଗୀୟ ଗଣମାଧ୍ୟମକୁ ସାକ୍ଷାତକାରରେ କହିଥିବା ଅଭିଯୋଗ ହୋଇଥିଲା । ପରେ ସେ ଏହାକୁ ଖଣ୍ଡନ କରିବା ସହିତ ଅନ୍ୟ ନିମ୍ବ କାଠରେ ବିଗ୍ରହ ନିର୍ମାଣ କରି ନେଇ ନିଜେ ତାକୁ ପ୍ରତିଷ୍ଠା କରିଥିବା କହିଥିଲେ । ନବକଳେବରରେ ସଂଗୃହୀତ ଦାରୁ ମଧ୍ୟରୁ ବଳକା ଦାରୁ ଶ୍ରୀମନ୍ଦିର “ଦାରୁଘର”ରେ ସଂରକ୍ଷିତ ରହିବାର ବିଧି ରହିଛି । ଆବଶ୍ୟକ ସମୟରେ କେବଳ ଶ୍ରୀଜୀଉମାନଙ୍କ ବ୍ୟବହାରରେ ବିନିଯୋଗର ବିଧି ତଥା ପରମ୍ପରା ରହିଛି । ଜଣେ ଅଭିଜ୍ଞ ତଥା ବରିଷ୍ଠ ଦଇତାପତି ଭାବେ ସେନେଇ ଅବଗତ ଥାଇ ମଧ୍ୟ ରାମକୃଷ୍ଣ ଦାସମହାପାତ୍ର ଏଭଳି ବୟାନ ଦେବା ଦ୍ବାରା ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ହୋଇଥିବା ନୋଟିସରେ କୁହାଯାଇଛି ।




