ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର : ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି। ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ଭୋଟ୍ ହେବ। ଏଥିପାଇଁ ମାର୍ଚ୍ଚ ୫ ତାରିଖ ଯାଏ ନାମାଙ୍କନ ଦାଖଲ ରହିଛି । ୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ ହେବ। ଅପରାହ୍ଣରେ ଭୋଟ୍ ଗଣତି ହେବ ।

ସମ୍ବନ୍ଧିତ ଖବର ରାଜ୍ୟରେ ୧୧୭୧ଟି ସ୍କୁଲ ବସରେ ନାହିଁ ଫିଟନେସ୍‌ ସାର୍ଟିଫିକେଟ

ଏପ୍ରିଲରେ ଓଡ଼ିଶାର ୪ଟି ରାଜ୍ୟସଭା ଆସନ ଖାଲି ହେବାକୁ ଥିବାବେଳେ ବର୍ତ୍ତମାନ ଯାଏଁ କୌଣସି ଦଳ ପ୍ରାର୍ଥୀ ଚୟନ ଚୂଡାନ୍ତ କରିନାହାନ୍ତି । ରାଜ୍ୟସଭା ଚତୁର୍ଥ ଆସନକୁ ନେଇ ୩ ପ୍ରମୁଖ ଦଳ ମଧ୍ୟରେ ଲାଗିରହିଛି ଛକ୍କାପଞ୍ଝା ।

ସମ୍ବନ୍ଧିତ ଖବର ହୋଟେଲ ରୁ ଯୁବକଙ୍କ ମୃତ ଦେହ ଉଦ୍ଧାର ,ଯୁବତୀ ଫେରାର

Tags: