ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର : ରାଜ୍ୟରେ ୪ର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି I ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି I ଏହି ସବୁ ଆସନ ପାଇଁ ଆଜି ଠାରୁ ନାମାଙ୍କନ ଭରିବେ ପ୍ରାର୍ଥୀ I ମେ ୧୪ ତାରିଖ ଯାଏଁ ଚାଲିବ ଏହି ପ୍ରକ୍ରିୟା ମେ ୧୫ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବାକୁ ଥିବାବେଳେ ମେ ୧୭ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ପ୍ରାର୍ଥୀ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ୪ର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି I ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି I ଏହି ସବୁ ଆସନ ପାଇଁ ଆଜି ଠାରୁ ନାମାଙ୍କନ ଭରିବେ ପ୍ରାର୍ଥୀ I ମେ ୧୪ ତାରିଖ ଯାଏଁ ଚାଲିବ ଏହି ପ୍ରକ୍ରିୟା ମେ ୧୫ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବାକୁ ଥିବାବେଳେ ମେ ୧୭ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ପ୍ରାର୍ଥୀ I ସେହିପରି ଏଇସବୁ ଆସନରେ ଜୁନ ୧ ରେ ସକାଳ ୭ଟାରୁ ସନ୍ଧ୍ୟା ୬ ଟା ଯାଏଁ ହେବ ମତଦାନ I ଜୁନ ୪ ତାରିଖରେ ଫଳ ପ୍ରକାଶ ପାଇବ I

ଶେଷ ପର୍ଯ୍ୟାୟରେ ହେବାକୁ ଥିବା ୬ ଟି ଲୋକସଭା ଆସନ ଗୁଡିକ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ରହିଥିବାବେଳେ ୪୨ ବିଧାନସଭା ଆସନ ଗୁଡିକ ମଧ୍ୟରେ
ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା, ମୋରଡ଼ା, ବଡସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ନିଆଳି, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତ୍‌ସିଂହପୁର, କାକଟପୁର ଏବଂ ନିମାପଡ଼ା ଆଦି ରହିଛି I

Tags: