ନୂଆପଡ଼ା ଉପନିର୍ବାଚନ,ଆଜି ପ୍ରକାଶ ପାଇବ ଭୋଟର ତାଲିକା

ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ଅର୍ଥାତ୍‌ ସୋମବାରଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା ରହିଛି। ଅକ୍ଟୋବର ୭ ତାରିଖରେ ଦାବି ଓ ଆପତ୍ତି ନିଷ୍ପତ୍ତି ସରିବ। ଅକ୍ଟୋବର ୯ରେ ନୂଆ ଭୋଟର ତାଲିକା ପ୍ରକାଶ ପାଇବ। ଭାରତ ନିର୍ବାଚନ ଆୟୋଗ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ବତନ୍ତ୍ର ସଂକ୍ଷିପ୍ତ […]

ନୂଆପଡ଼ା ଉପନିର୍ବାଚନ,ଆଜି ପ୍ରକାଶ ପାଇବ ଭୋଟର ତାଲିକା
Samaya Live Picture
Published On

ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ଅର୍ଥାତ୍‌ ସୋମବାରଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା ରହିଛି। ଅକ୍ଟୋବର ୭ ତାରିଖରେ ଦାବି ଓ ଆପତ୍ତି ନିଷ୍ପତ୍ତି ସରିବ। ଅକ୍ଟୋବର ୯ରେ ନୂଆ ଭୋଟର ତାଲିକା ପ୍ରକାଶ ପାଇବ।

ଭାରତ ନିର୍ବାଚନ ଆୟୋଗ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ମଧ୍ୟରେ ଟକ୍କର ହେବ। ଭାରତ ନିର୍ବାଚନ ଆୟୋଗ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Tags: