ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ
ଭୁବନେଶ୍ୱର : ବନ୍ଦ ହେବ ଯାତ୍ରାରେ ଅଶ୍ଳୀଳ ନୃତ୍ୟ । ଅଶ୍ଲୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବେ ରାଜ୍ୟ ସରକାର । ଏନେଇ ରାଜ୍ୟ ସରକାର ଆଣୁଛନ୍ତି ମାର୍ଗଦର୍ଶିକା । ଯାତ୍ରା ପାର୍ଟିରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାର ଗୁରୁତର ସହ ବିଚାର କରୁଛନ୍ତି । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ସେପଟେ ଯାତ୍ରା ଅଶୀଳତା ନେଇ ରାଜ୍ୟ ସରକାର […]
ଭୁବନେଶ୍ୱର : ବନ୍ଦ ହେବ ଯାତ୍ରାରେ ଅଶ୍ଳୀଳ ନୃତ୍ୟ । ଅଶ୍ଲୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବେ ରାଜ୍ୟ ସରକାର । ଏନେଇ ରାଜ୍ୟ ସରକାର ଆଣୁଛନ୍ତି ମାର୍ଗଦର୍ଶିକା । ଯାତ୍ରା ପାର୍ଟିରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାର ଗୁରୁତର ସହ ବିଚାର କରୁଛନ୍ତି । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।
ସେପଟେ ଯାତ୍ରା ଅଶୀଳତା ନେଇ ରାଜ୍ୟ ସରକାର ମାର୍ଗଦର୍ଶିକା ଆଣିଲେ ଆମେ ସ୍ୱାଗତ କରିବୁ । ଯାତ୍ରାରେ ଅଶ୍ୱୀଳତା ସୀମା ଲଙ୍ଗୁଛି । ଯଦି ସରକାର ତୁରନ୍ତ ଏହା ଉପରେ ପଦକ୍ଷେପ ନେବେ ଏବଂ ଫିଲ୍ମ ଭଳି ସେନସର ବୋର୍ଡ଼ ଭଳି ହେବା ଦରକାର । ଯେଉଁ ଯାତ୍ରା ମାଲିକ ମାନେ ଏଭଳି କରୁଛନ୍ତି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିୟନ୍ତୁ ବୋଲି କହିଛନ୍ତି ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ୍ ।
ସେପଟେ ଏହି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଖୁବ୍ଶୀଘ୍ର ସଂସ୍କୃତି ବିଭାଗ ଏଥିପାଇଁ ମାର୍ଗଦର୍ଶିକା ଆଣିବାକୁ ଯାଉଛି । ଏ ବାବଦରେ କ’ଣ ପଦକ୍ଷେପ ନିଆ ଯାଇପାରିବ ସେ ନେଇ ସରକାର ବିଚାର ବିମର୍ଷ କରୁଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।




