ନୂପୁରଙ୍କ ବୟାନକୁ ନେଇ ବିଧାନ ସଭାରେ ହାଙ୍ଗାମା

ଭୁବନେଶ୍ୱର: ଜୁଲାଇ ୦୨: ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ । ଗୃହ ଆରମ୍ଭରୁ ଶୋକ ପ୍ରସ୍ତାବ ଆଗତ ପରେ ସ୍ୱଭାବିକ୍‌ ଚାଲିଥିଲା ଗୃହକାର୍ଯ୍ୟ । ହେଲେ ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ଗୃହରେ ହଙ୍ଗାମା ପରିସ୍ଥିତି ସୃଷ୍ଟି ହୋଇଥିଲା । ନୂପୁରୁ ଶର୍ମାଙ୍କ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଥିଲେ ଉଭୟ କଂଗ୍ରେସ ବିଜେପି । ଗୃହରେ ନିଜ ନିଜର ଆସନରେ ଛିଡ଼ା ହୋଇ ନାରବାଜି କରିଥିଲେ କଂଗ୍ରେସ ଓ ବିଜେପିର ସଦସ୍ୟ । କଂଗ୍ରେସ […]

Samaya Live Picture
Published On

ଭୁବନେଶ୍ୱର: ଜୁଲାଇ ୦୨: ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ । ଗୃହ ଆରମ୍ଭରୁ ଶୋକ ପ୍ରସ୍ତାବ ଆଗତ ପରେ ସ୍ୱଭାବିକ୍‌ ଚାଲିଥିଲା ଗୃହକାର୍ଯ୍ୟ । ହେଲେ ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ଗୃହରେ ହଙ୍ଗାମା ପରିସ୍ଥିତି ସୃଷ୍ଟି ହୋଇଥିଲା । ନୂପୁରୁ ଶର୍ମାଙ୍କ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଥିଲେ ଉଭୟ କଂଗ୍ରେସ ବିଜେପି । ଗୃହରେ ନିଜ ନିଜର ଆସନରେ ଛିଡ଼ା ହୋଇ ନାରବାଜି କରିଥିଲେ କଂଗ୍ରେସ ଓ ବିଜେପିର ସଦସ୍ୟ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରସଙ୍ଗ ଉଠାଇ ନିଜର ପ୍ରତିକ୍ରିୟା ରଖିଥିଲେ । ସେ କହିଛନ୍ତି ନୂପୁର ଶର୍ମା ବିଜେପି ଦଳର ମୁଖପାତ୍ର ଅର୍ଥାତ ପାର୍ଟିର ଏଜେଣ୍ଡ । ଗତକାଲି ସୁପ୍ରିମକୋର୍ଟ ତାଙ୍କୁ ଭର୍ତ୍ସନା କରିଛନ୍ତି । ପରୋକ୍ଷରେ ବିଜେପିକୁ ମଧ୍ୟ ଭର୍ତ୍ସନା କରିଛନ୍ତି । ତେଣୁ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ତାଙ୍କ ଆଭିମୁଖ୍ୟ ସ୍ପଷ୍ଟ କର;ୁ । ଏହାକୁ ନେଇ ଗୃହରେ ଦେଖାଦେଇଥିଲା ଝଡ । ତାପରେ ଗୃହକୁ ବାଧ୍ୟହୋଇ ମୁଲତବୀ କରାଯାଇଥିଲା ।