ଲୋକଙ୍କ ସରକାରରେ ଲୋକମତକୁ ପ୍ରାଥମିକତା:ବଜେଟ ପାଇଁ ଲୋକେ ଦେବେ ମତାମତ

ଭୁବନେଶ୍ୱର:ଲୋକଙ୍କ ସରକାରରେ ଲୋକମତକୁ ପ୍ରାଥମିକତା। ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାକୁ ଲୋକାଭିମୁଖୀ କରିବା ପାଇଁ ପ୍ରାକ୍ ବଜେଟ୍ ଆଲୋଚନା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ପ୍ରାକ୍ ବଜେଟ୍ ପରାମର୍ଶ ଆଲୋଚନା କରିଛନ୍ତି। ସରକାରଙ୍କ ପକ୍ଷରୁ ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜନସାଧାରଣଙ୍କଠାରୁ ବହୁମୂଲ୍ୟ ମତାମତ ଆହ୍ୱାନ କରିଛନ୍ତି। ବିଭିନ୍ନ ମାଧ୍ୟମରେ ଆସୁଥିବା ଏହି ପରାମର୍ଶଗୁଡ଼ିକୁ ଅନୁଧ୍ୟାନ ଓ ତର୍ଜମା କରି ଚଳିତ ବଜେଟରେ ସ୍ଥାନୀତ କରାଯିବା […]

Samaya Live Picture
Published On

ଭୁବନେଶ୍ୱର:ଲୋକଙ୍କ ସରକାରରେ ଲୋକମତକୁ ପ୍ରାଥମିକତା। ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାକୁ ଲୋକାଭିମୁଖୀ କରିବା ପାଇଁ ପ୍ରାକ୍ ବଜେଟ୍ ଆଲୋଚନା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ପ୍ରାକ୍ ବଜେଟ୍ ପରାମର୍ଶ ଆଲୋଚନା କରିଛନ୍ତି।

ସରକାରଙ୍କ ପକ୍ଷରୁ ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜନସାଧାରଣଙ୍କଠାରୁ ବହୁମୂଲ୍ୟ ମତାମତ ଆହ୍ୱାନ କରିଛନ୍ତି। ବିଭିନ୍ନ ମାଧ୍ୟମରେ ଆସୁଥିବା ଏହି ପରାମର୍ଶଗୁଡ଼ିକୁ ଅନୁଧ୍ୟାନ ଓ ତର୍ଜମା କରି ଚଳିତ ବଜେଟରେ ସ୍ଥାନୀତ କରାଯିବା ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଚଳିତ ବର୍ଷର ବଜେଟ୍ କିପରି ଲୋକାଭିମୁଖୀ ହୋଇପାରିବ ସେ ନେଇ ବୈଠକରେ ସମସ୍ତେ ନିଜର ବହୁମୂଲ୍ୟ ମତାମତ ଦେଇଛନ୍ତି। ଏ ବାବଦରେ ସାଧାରଣ ଲୋକ ଜାନୁଆରୀ ୩୧ ତାରିଖ ସୁଦ୍ଧା ଇ-ମେଲ ଓ ହ୍ୱାଟସ ଅପ୍, ୱେବ୍ ପୋର୍ଟାଲ ମାଧ୍ୟମରେ ସେମାନଙ୍କ ମତାମତ ଦେବା ପାଇଁ ବ୍ୟବସ୍ଥା କରାଯାଇଛି ।

Tags: