ମୁଖ୍ୟମନ୍ତ୍ରୀ ଦେବେ ଶୀତ ସହାୟତା ରାଶି, ମିଳିବ ୩୦୦ ଟଙ୍କା
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପ୍ରକୋପ ବୃଦ୍ଧି ପାଇବାକୁ ଲାଗିଲାଣି । କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନକୁ ଦିନ ତାପମାତ୍ର ହ ୍ରାସ ପାଉଛି । ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ଶୀତ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିସେମ୍ବର ପହିଲା ସୁଦ୍ଧା ଗରିବ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଏକ […]
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପ୍ରକୋପ ବୃଦ୍ଧି ପାଇବାକୁ ଲାଗିଲାଣି । କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନକୁ ଦିନ ତାପମାତ୍ର ହ ୍ରାସ ପାଉଛି । ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ଶୀତ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିସେମ୍ବର ପହିଲା ସୁଦ୍ଧା ଗରିବ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଏକ ସମୀକ୍ଷା ବୈଠକ ମଧ୍ୟ ଆୟୋଜିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ୫-ଟି ସଚିବ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ରହିଥିଲେ ।
ରାଜ୍ୟରେ ଶୀତ ଲହରୀ ଏବଂ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ସମୀକ୍ଷା କରିଛନ୍ତି। ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ସେ ନିର୍ଦ୍ଦେଶ ଦେବା ସହ ଶୀତ ପ୍ରବାହ ବେଳେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ କହିଛନ୍ତି। pic.twitter.com/kM7nlAARLV
— CMO Odisha (@CMO_Odisha) November 26, 2022
ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍ସନ ଯୋଜନା (ଏନଏସଏପି) ଅନ୍ତର୍ଗତ ୪୮ ଲକ୍ଷରୁ ଊଦ୍ଧ୍ୱର୍ ହିତାଧିକାରୀଙ୍କୁ ଏହି ସହାୟତା ରାଶି ମିଳିବ । ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଅବସ୍ଥାରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସିପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ଲାଗି ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକରେ ପରାମର୍ଶ ଦେଇଛନ୍ତି ।
ସୂଚନା ଥାଉଯେ, ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସୁଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘରଗୁଡ଼ିକୁ ମଧ୍ୟ ରାତ୍ରୀ ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖ ଏହି ଦୁଇ ଦିନ ମଧ୍ୟରେ ସମସ୍ତ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।




