ଦୂର ହେବ ରାଜଧାନୀରେ ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟା

ଭୁବନେଶ୍ୱର:ଦୂର ହେବ ଭୁବନେଶ୍ୱରରେ ଗାଡି ଚଳାଚଳ ଓ ଟ୍ରାଫିକ ସମସ୍ୟା। ଏଥିପାଇଁ ବଡ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର। ରାଜଧାନୀରେ ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା । ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, […]

Samaya Live Picture
Published On

ଭୁବନେଶ୍ୱର:ଦୂର ହେବ ଭୁବନେଶ୍ୱରରେ ଗାଡି ଚଳାଚଳ ଓ ଟ୍ରାଫିକ ସମସ୍ୟା। ଏଥିପାଇଁ ବଡ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର। ରାଜଧାନୀରେ ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା ।

ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ROB, ତମାଣ୍ଡୋ -ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା ।

Tags: