ଆସନ୍ତା ୨ବର୍ଷ ଭିତରେ ଓଡ଼ିଶା ହେବ ଆଇଟି ହବ୍ – ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର : ଆସନ୍ତା ୨ ବର୍ଷ ଭିତରେ ଓଡ଼ିଶା ହେବ ଆଇଟି ହବ୍ । IT କ୍ଷେତ୍ରରେ ବଦଳିବାକୁ ଯାଉଛି ଓଡ଼ିଶାର ନକ୍ସା। ବିରାଟ ଆଇଟି, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ ଲର୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୪.୦ କ୍ଷେତ୍ର ପାଇଁ ଯୁବକ ଯୁବତୀ ମାନଙ୍କୁ ପାରଙ୍ଗମ କରାଯିବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ଆଇ.ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆସନ୍ତା ଦୁଇ ତିନି ମାସ ଭିତରେ ପଦକ୍ଷେପ ନିଆଯିବ । […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୨ ବର୍ଷ ଭିତରେ ଓଡ଼ିଶା ହେବ ଆଇଟି ହବ୍ । IT କ୍ଷେତ୍ରରେ ବଦଳିବାକୁ ଯାଉଛି ଓଡ଼ିଶାର ନକ୍ସା। ବିରାଟ ଆଇଟି, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ ଲର୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୪.୦ କ୍ଷେତ୍ର ପାଇଁ ଯୁବକ ଯୁବତୀ ମାନଙ୍କୁ ପାରଙ୍ଗମ କରାଯିବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ଆଇ.ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆସନ୍ତା ଦୁଇ ତିନି ମାସ ଭିତରେ ପଦକ୍ଷେପ ନିଆଯିବ ।

ମୁଖ୍ୟମନ୍ତ୍ରୀଙ୍କ ସହ ଏକ ସୌଜନ୍ୟ ମୂଳକ ସାକ୍ଷାତ୍କାର କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି ଇ ମନ୍ତ୍ରୀ କହିଛନ୍ତି ଓଡିଶାରେ ବର୍ତ୍ତମାନ ୪୮ଟି ନୂଆ ରେଳ ପ୍ରକଳ୍ପ ନିର୍ମାଣ କାମ ଚାଲିଛି । ଏଥିପାଇଁ ୭୩,୭୨୩ କୋଟି ଟଙ୍କା ବିନିଯୋଗ କରାଯାଉଛି । ଏଥିରେ ନିକଟରେ କେନ୍ଦ୍ର କ୍ୟାବିନେଟ୍ ଦ୍ୱାରା ଅନୁମୋଦିତ ୮ଟି ନୂଆ ପ୍ରକଳ୍ପ ମଧ୍ୟ ରହିଛି । ଆସନ୍ତା ୫ ବର୍ଷ ମଧ୍ୟରେ ଓଡିଶାରେ ଆହୁରି ଅନେକ ନୂଆ ରେଳ ପ୍ରକଳ୍ପ ହାତକୁ ନିଆଯିବ ।

ସୂଚନାଯୋଗ୍ୟ ଯେ, ୨୦୧୪ ରୁ ୨୦୨୪ ମଧ୍ୟରେ ଓଡିଶାରେ ୧୮୨୭ କିଲୋମିଟର ଦୀର୍ଘ ରେଳ ଲାଇନ୍ ନିର୍ମାଣ କରାଯାଇଛି, ଯାହା କି ଶ୍ରୀଲଙ୍କାର ରେଳ ନେଟୱାର୍କ ଠାରୁ ଅଧିକ । ଏହି ଅବଧି ମଧ୍ୟରେ ୪୨୭ଟି ରେଳ Under-Bridge ମଧ୍ୟ ନିର୍ମାଣ କରାଯାଇଛି । ଓଡିଶାରେ ୬ଟି ବନ୍ଦେ ଭାରତ ଟ୍ରେନ୍ ଚାଲୁଥିବା ବେଳେ ଅମୃତ ଷ୍ଟେସନ୍ ଯୋଜନାରେ ୫୯ଟି ଷ୍ଟେସନର ଉନ୍ନତି କରାଯିବ ବୋଲି ଆଲୋଚନାରୁ ଜଣାଯାଇଛି ।

Tags: