କଂଗ୍ରେସର ମେୟର ପ୍ରାର୍ଥୀ
ଭୁବନେଶ୍ୱର: ମାର୍ଚ୍ଚ ୦୪: ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨ରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହାରି ଭିତରେ କଂଗ୍ରେସର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେବେ ମଧୁସ୍ମିତା ଆଚାର୍ଯ୍ୟ । ଧର୍ମଶାଳାର ପୂର୍ବତନ ବିଧାୟକ ସ୍ୱର୍ଗତ କାଙ୍ଗାଳୀ ପଣ୍ଡାଙ୍କ ବୋହୂ ଅଟନ୍ତି ମଧୁସ୍ମିତା । ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସର ବିଧାୟକ ସୁରେଶ ରାଉତରାୟ ଏନେଇ ଘୋଷଣା କରିଛନ୍ତି। ଏଆଇସିସିର ଅନୁମୋଦନ କ୍ରମେ ମଧୁସ୍ମିତାଙ୍କୁ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ସୁର ରାଉତରାୟ […]
ଭୁବନେଶ୍ୱର: ମାର୍ଚ୍ଚ ୦୪: ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨ରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହାରି ଭିତରେ କଂଗ୍ରେସର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେବେ ମଧୁସ୍ମିତା ଆଚାର୍ଯ୍ୟ । ଧର୍ମଶାଳାର ପୂର୍ବତନ ବିଧାୟକ ସ୍ୱର୍ଗତ କାଙ୍ଗାଳୀ ପଣ୍ଡାଙ୍କ ବୋହୂ ଅଟନ୍ତି ମଧୁସ୍ମିତା । ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସର ବିଧାୟକ ସୁରେଶ ରାଉତରାୟ ଏନେଇ ଘୋଷଣା କରିଛନ୍ତି। ଏଆଇସିସିର ଅନୁମୋଦନ କ୍ରମେ ମଧୁସ୍ମିତାଙ୍କୁ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ସୁର ରାଉତରାୟ । ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଏବଂ ୨୬ରେ ଭୋଟ୍ ଗଣତି ହେବ। ମେୟର ଓ ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ। ସେହିପରି ଭୋଟିଂ ପାଇଁ ଇଭିଏମ୍ ବ୍ୟବହାର କରାଯିବ। ପ୍ରତି ବୁଥ୍ରେ ୨ଟି ଇଭିଏମ୍ ରହିବ।ଗୋଟିଏ ଇଭିଏମ୍ରେ ମେୟର କିମ୍ବା ପୌରାଧ୍ୟକ୍ଷଙ୍କୁ ଭୋଟ୍ ଦେଇ ହେବ। ସେହିପରି ଦ୍ୱିତୀୟ ଇଭିଏମ୍ରେ କାଉନସିଲର କିମ୍ବା କର୍ପୋରେଟରଙ୍କୁ ଭୋଟ୍ ଦେଇ ହେବ।




