୨୫ ତାରିଖରେ ବାତ୍ୟା ଉତ୍ତର ଓଡ଼ିଶାର ୩ ଟି ଜିଲ୍ଲାରେ ଭୀଷଣ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ବାତ୍ୟା ନେଇ ଆସିଲା ନୂଆ ଅପଡେଟ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା ସୁଦ୍ଧା ଗୋଟିଏ ଭୀଷଣବାତ୍ୟା ଭାବେ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ବାତ୍ୟା ନେଇ ଆସିଲା ନୂଆ ଅପଡେଟ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା ସୁଦ୍ଧା ଗୋଟିଏ ଭୀଷଣବାତ୍ୟା ଭାବେ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ୩ଟି ଜିଲ୍ଲା ଯଥା ବାଲେଶ୍ୱର,ଭଦ୍ରକ ଏବଂ କେନ୍ଦ୍ରାପଡାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି ଇ ସେହିପରି ୨୩,୨୪,୨୫ ରାଜ୍ୟରେ ଅନ୍ୟ କିଛି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି I ଏନେଇ ଗୁରୁବାର ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

ସେହିପରି ୨୬ ତାରିଖରେ ଉତର ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତ୍ତର ଓଡିଶାରେ ମଧ୍ୟ ବର୍ଷା ହେବ । ସେହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି I

Tags: