5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର : 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଯାଜପୁର ଜିଲ୍ଲାର ୮୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଆଜି ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିବାବେଳେ ପୂର୍ବରୁ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ସ୍କୁଲ ଗୁଡିକ ରୂପାନ୍ତରିତ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସମୁଦାୟ ୮୬୮୧ଟି ସ୍କୁଲ ରୂପାନ୍ତରିତ ହୋଇପାରିଛି । ଏହି ଅବସରରେ […]
ଭୁବନେଶ୍ୱର : 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଯାଜପୁର ଜିଲ୍ଲାର ୮୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଆଜି ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିବାବେଳେ ପୂର୍ବରୁ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ସ୍କୁଲ ଗୁଡିକ ରୂପାନ୍ତରିତ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସମୁଦାୟ ୮୬୮୧ଟି ସ୍କୁଲ ରୂପାନ୍ତରିତ ହୋଇପାରିଛି ।
ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।
ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ ହେବ I ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।
ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ। 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ଶିକ୍ଷାରେ Technologyର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି, ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍ ଧନ୍ୟବାଦ ଅର୍ପଣ କରିଥିଲେଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।




