୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର
Samaya Live News Picture
Published On

ଭୁବନେଶ୍ୱର : ଚଳିତ ମାସ ୧୦ ଲକ୍ଷ ଲୋକଙ୍କୁ ମିଳିବ ପକ୍କା ଘର । ନୂଆବର୍ଷ ଉପଲକ୍ଷେ ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ବଡ଼ ଭେଟି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି । ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଗରିବ ଓ ଭୂମିହୀନ ପରିବାରଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧ।  ରାଜ୍ୟର ପ୍ରାୟ ୨୨ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଞ୍ଜୀକରଣରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା ଅନ୍ତର୍ଗତ ସାମିଲ କରାଯିବ। ଏହା ସହିତ, ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ।

Tags: