ଆଗାମୀ ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଭୁବନେଶ୍ଵର: ରାଜ୍ୟରେ ବଦଳିଛି ପାଣିପାଗ । ଗତ ୩ ଦିନ ଧରି ରାଜ୍ୟରେ କେତେକ ଜିଲ୍ଲାରେ ଘଡଘଡି ସହ ବର୍ଷା ହେଇଯାଇଛି । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ , ବାଲେଶ୍ଵର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲା । ଏଥିସହ ଅନ୍ୟ ୧୩ଟି ଜିଲ୍ଲାକୁ […]
ଭୁବନେଶ୍ଵର: ରାଜ୍ୟରେ ବଦଳିଛି ପାଣିପାଗ । ଗତ ୩ ଦିନ ଧରି ରାଜ୍ୟରେ କେତେକ ଜିଲ୍ଲାରେ ଘଡଘଡି ସହ ବର୍ଷା ହେଇଯାଇଛି । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ , ବାଲେଶ୍ଵର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲା ।
ଏଥିସହ ଅନ୍ୟ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ୨୪ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ସମ୍ଭାବନା ରହିଛି । ପଶ୍ଚିମାଝଡ଼ ପ୍ରଭାବରେ ଦୁଇଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି।
ପୂର୍ବରୁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ୪ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ସୂଚନା ଦେଇଥିଲା ପାଣିପାଗ ବିଭାଗ। କିଛି ସ୍ଥାନରେ ପ୍ରବଳ ବର୍ଷା ପବନ ହେବା ନେଇ ଆକଳନ କରିଥିଲା ପାଣିପାଗ କେନ୍ଦ୍ର।




