୧୭ ତାରିଖରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ

୧୭ ତାରିଖରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ
Samaya Live News Picture
Published On
କଟକ: ଡିସେମ୍ବର ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଓଟିଇଟି ପରୀକ୍ଷା । ଗୋଟିଏ ଦିନରେ ଦୁଇଟି ସିଟିଂରେ ପରୀକ୍ଷା ହେବ I ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି ।
 
ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି । ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ। ୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ।

 

Tags: