୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ଲକ୍ଷ – ଏସ. ଜୟଶଙ୍କର

ଭୁବନେଶ୍ୱର : ଆଜିଠାରୁ ଭୁବନେଶ୍ୱର ଜନତା ମୈଦାନରେ ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇ ଯାଇଛି I ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ ଜୟଶଙ୍କର କହିଛନ୍ତି,ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ। ପ୍ରଧାନମନ୍ତ୍ରୀ […]

Samaya Live Picture
Published On

ଭୁବନେଶ୍ୱର : ଆଜିଠାରୁ ଭୁବନେଶ୍ୱର ଜନତା ମୈଦାନରେ ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇ ଯାଇଛି I ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ ଜୟଶଙ୍କର କହିଛନ୍ତି,ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ। କୋଭିଡ ସମୟରେ ଭାରତ ନିଜସ୍ବ ଟିକା ତିଆରି କରିଥିଲା। କେବଳ ଏତିକି ନୁହେଁ, ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା ହାସଲ କରିଛନ୍ତି ଭାରତ।

ସେହିପରି କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି,୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ। ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ। ଦେଶର ହିତ ପାଇଁ ଯୁବବର୍ଗଙ୍କୁ ଯୋଗଦାନ କରିବାକୁ ହେବ। ଦେଶରେ ଏବେ ୨୦ ନାଗରିକରୁ ୧୩ ଜଣ ଯୁବ। ୧ ଲକ୍ଷ ଯୁବ ନେତୃତ୍ୱ ଗଠନ ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି। କୋଭିଡ ସମୟରେ ଯୁବ ବୈଜ୍ଞାନିକଙ୍କ ଅବଦାନକୁ ଭୁଲି ହେବନି।

ଏହି କାର୍ଯ୍ୟକ୍ରମରେ ୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅତିଥିଙ୍କ ରହଣି ସ୍ଥାନ, କାର୍ଯ୍ୟକ୍ରମ ସ୍ଥଳ ଜନତା ମଇଦାନ ସହ ଭୁବନେଶ୍ୱର, କଟକ ଓ ପୁରୀର ପର୍ଯ୍ୟଟନ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।

ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜିତ ହେବ । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତା ୧୦ ତାରିଖରେ ଉଦ୍‌ଯାପନୀ ସମାରୋହରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Tags: