ଆସନ୍ତା କାଲି ଠାରୁ ରାଜ୍ୟରେ ହେବ ଧାନ କିଣା -ମନ୍ତ୍ରୀ

ଚାଷୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ଆସନ୍ତା କାଲି ଠାରୁ ରାଜ୍ୟରେ ହେବ ଧାନ କିଣା -ମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା କାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି । ଚାଷୀ ଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡି ଗୁଡ଼ିକ ରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି । ଠିକ ସମୟ ରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ ମାଲିକ ମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ।  ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି । କଟନି ଛଟନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଆଜି ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ

 

ସମ୍ବନ୍ଧିତ ଖବର ଗୋ-ହୋମଷ୍ଟେ ପୋର୍ଟାଲ ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

Tags: