ବର୍ଷେ ମଧ୍ୟରେ ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାବାସୀଙ୍କୁ ଗତ ନିର୍ବାଚନରେ ଦେଇଥିବା ପୂର୍ବ ପ୍ରତିଶ୍ରୁତି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଆଜି ବରଗଡ଼ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ଝାରବନ୍ଧ କାର୍ଯ୍ୟକ୍ରମ ସ୍ଥଳରେ ଯୋଗ ଦେଇଥିଲେ। ସଭାସ୍ଥଳ ନବୀନଙ୍କ ଜୟ ଜୟକାର ଧ୍ୱନିରେ ପ୍ରକମ୍ପିତ ହୋଇଥିଲା I ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାଢେ ୧୧ଟା ସୁଦ୍ଧା ଝାରବନ୍ଧାରେ ପହଁଚିଛନ୍ତି । […]

Samaya Live Picture
Published On

ଭୁବନେଶ୍ୱର : ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାବାସୀଙ୍କୁ ଗତ ନିର୍ବାଚନରେ ଦେଇଥିବା ପୂର୍ବ ପ୍ରତିଶ୍ରୁତି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଆଜି ବରଗଡ଼ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ଝାରବନ୍ଧ କାର୍ଯ୍ୟକ୍ରମ ସ୍ଥଳରେ ଯୋଗ ଦେଇଥିଲେ। ସଭାସ୍ଥଳ ନବୀନଙ୍କ ଜୟ ଜୟକାର ଧ୍ୱନିରେ ପ୍ରକମ୍ପିତ ହୋଇଥିଲା I

ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାଢେ ୧୧ଟା ସୁଦ୍ଧା ଝାରବନ୍ଧାରେ ପହଁଚିଛନ୍ତି । ସେଠାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି । ଡ଼ିସେମ୍ବରରେ ଦେଇଥିବା ପ୍ରତିଶ୍ରୁତିକୁ ସେ ପୂରଣ କରିବା କଥା କହିଛନ୍ତି I ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ । ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ I ଏହାସହ ୧୧ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ‘ପାଇକମାଳ ପିଏଚସିକୁ ସିଏଚସି କରାଇଛି । ବିକାଶ ପାଇଁ ଆପଣମାନେ ଦେଇଥିବା ପ୍ରସ୍ତାବରେ କାମ ମଧ୍ୟ ହୋଇଛି । ସେହି ହିସାବରେ କାମ ପାଇଁ ଅର୍ଥ ମଞ୍ଜୁର କରାଯାଇଛି । ଅଞ୍ଚଳର ବିକାଶ ପାଇଁ ଏହି ସହାୟତା ଆଗେଇ ନେବ ।’ ଏହା ସହ ମିଶନ ଶକ୍ତିର ମା’ମାନଙ୍କୁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ରାଶି ଦେବା କଥା ମଧ୍ୟ ଘୋଷଣା କରିଥିଲେ । ଏହି ଟଙ୍କାକୁ ବ୍ୟବହାର କରି ମା’ମାନେ ଉଦ୍ୟୋଗୀ ହେବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି ।

ଲୋକଙ୍କ ସ୍ନେହଶ୍ରଦ୍ଧା ତାଙ୍କୁ ଅଭିଭୂତ କରିଛି ବୋଲି ମଧ୍ୟ ସେ କହିଥିଲେ । ବିକାଶ ପାଇଁ ସାଧାରଣ ଲୋକ ଦେଇଥିବା ପ୍ରସ୍ତାବକୁ ତାଙ୍କ ସରକାର ଗ୍ରହଣ କରିଛନ୍ତି । ସେହିପରି ପଦମପୁରରେ ବିଭିନ୍ନ ବିକାଶମୁଳକ କାର୍ଯ୍ୟ ପାଇଁ ୯୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଂଜୁର କରିଛନ୍ତି ।

Tags: