୨୦୨୭ ରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର : ୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ । ଏପ୍ରିଲ୍ ସୁଦ୍ଧା ସିଟ୍ ସଂରକ୍ଷଣ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
୨୦୨୭ ଜାନୁଆରୀ-ଫେବୃଆରୀ ବେଳକୁ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ଥିବାରୁ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ଆରମ୍ଭ ହୋଇଛି। ଓ୍ୱାର୍ଡ ସଭ୍ୟ, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ/ଅଧ୍ୟକ୍ଷ, ଏବଂ ଜିଲ୍ଲା ପରିଷଦ ସଭ୍ୟ ଓ ସଭାପତି ପଦବୀ ପାଇଁ ସଂରକ୍ଷଣ ତାଲିକା ପ୍ରସ୍ତୁତ କରାଯିବ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ । ଏଥିରେ ଏସସି , ଏସଟି, ପଛୁଆ ବର୍ଗ ଏବଂ ୫୦% ମହିଳାଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ । ଏପ୍ରିଲ୍ ୭ରେ ପ୍ରାଥମିକ ସଂରକ୍ଷଣ ତାଲିକା ପ୍ରକାଶ ପାଇବ।
ଏପ୍ରିଲ୍ ୧୭ରେ ଆପତ୍ତି ଏବଂ ଅଭିଯୋଗ ଦାଖଲ କରିବାର ଶେଷ ତାରିଖ । ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ । ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରିବେ । ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ ।



