ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ବ୍ୟୟ ଅଟକଳ ବୃଦ୍ଧି ହେବ : ମୁଖ୍ୟମନ୍ତ୍ରୀ

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ବ୍ୟୟ ଅଟକଳ ବୃଦ୍ଧି ହେବ : ମୁଖ୍ୟମନ୍ତ୍ରୀ
Samaya Live News Picture
Published On

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷା ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ ବଡ଼ ପଦକ୍ଷେପ। ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପର ଅଟକଳ ବୃଦ୍ଧି କରିବା ସହ ନିର୍ମାଣ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପାଇଁ ଜମି ନିରୂପଣ, ଭବନର ନିର୍ମାଣ ଶୈଳୀ ଏବଂ ଆବଶ୍ୟକୀୟ ବ୍ୟୟ ଅଟକଳ ଉପରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରାଯାଇଥିଲା । ବିଶେଷ କରି ଶିଳାନ୍ୟାସ ହୋଇସାରିଥିବା ବିଦ୍ୟାଳୟଗୁଡ଼ିକର କାମ ଯଥାଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ଶ୍ରେଣୀ ଗୃହ ସଂଖ୍ୟା ବୃଦ୍ଧି କରିବା ସହ ଅଧିକ ଅର୍ଥ ବ୍ୟୟ କରି ଏକ ଗୁଣାତ୍ମକ ଶିକ୍ଷା ପରିବେଶ ସୃଷ୍ଟି କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ବୈଠକରେ ବିଭାଗୀୟ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପ୍ରକଳ୍ପର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

Tags: