ପାରାଦୀପ ହେବ ପ୍ରଗତିର ମୁଖଶାଳା – ମୁଖ୍ୟମନ୍ତ୍ରୀ

ପାରାଦୀପ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ I ପାରାଦୀପରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ଉଦଘାଟନ କରି କହିଛନ୍ତି ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ। ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ବୈଭବଶାଳୀ ହୋଇଥିଲା। ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ। ପାରାଦୀପକୁ […]

Samaya Live Picture
Published On

ପାରାଦୀପ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ I ପାରାଦୀପରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ଉଦଘାଟନ କରି କହିଛନ୍ତି ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ। ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ବୈଭବଶାଳୀ ହୋଇଥିଲା। ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ। ପାରାଦୀପକୁ ଆଧାର କରି ଆମ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଏଠାକୁ ଆହୁରି ଅନେକ ଶିଳ୍ପ ଆସିବ ଓ ଅନେକ ଯୁବକ ଯୁବତୀ ନିଯୁକ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବକ୍ତବ୍ୟରେ ପ୍ରକାଶ କରିଛନ୍ତି ।

ଶୁକ୍ରବାର ସକାଳ ୮ଟା ୩୦ରେ ମୁଖ୍ୟମନ୍ତ୍ରୀ ପାରାଦୀପ ବନ୍ଦର ପରିସରରେ ପହଞ୍ଚି ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟନ କରିବା ସହ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଉତ୍କଳୀୟ ନୌ ବାଣିଜ୍ୟ ପରମ୍ପରାକୁ ମନେ ପକାଇବା ପାଇଁ ଏହି ଉତ୍ସବ ଏକ ମାଧ୍ୟମ ବୋଲି ମତ ପ୍ରକାଶ କରିଥିଲେ । ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ହେବାକୁ ଯାଉଛି । ଜିଡିପିରେ ଆମ ରାଜ୍ୟ ସାରା ଦେଶରେ ପ୍ରମୁଖ ଭୂମିକା ଗ୍ରହଣ କରିଛି । ପାରାଦୀପ ବନ୍ଦର ଏହି ପ୍ରଗତିର ମୁଖଶାଳା ପାଲଟିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅସ୍ତରଙ୍ଗ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନୂଆ ବନ୍ଦର ପ୍ରତିଷ୍ଠା ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଗାମୀ ଦିନରେ ପାରାଦୀପରେ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ ହେବ। ଏଥିସହ ତାଳଚେରକୁ ପାରାଦୀପ ସହ ଯୋଡିବାକୁ ୧୬ ହଜାର କୋଟି ବ୍ୟୟ ହେବ ବୋଲି କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ତାଙ୍କର ପତ୍ନୀ ଓ ପୁଅ ପାରାଦୀପ ଆସି ବନ୍ଦର ପରିଦର୍ଶନ କରିବା ସହ ବୁଲିବାର ମଜା ନେଇଥିଲେ ।

Tags: