ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା
ରାଉରକେଲା : ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା । ମୃତକ ଏକ ବାଇକ ଦୁର୍ଘଟଣାରେ ଆହତ ହୋଇ ଜୟ ପ୍ରକାଶ ନାମକ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ଗତ ବିଳମ୍ବିତ ରାତିରେ ହସ୍ପିଟାଲ ର ୪ର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ତେବେ ତାଙ୍କ ଆତ୍ମହତ୍ୟା ର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ବ୍ରାହ୍ମଣୀ ତରଙ୍ଗ ପୋଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ରାଉରକେଲା ସରକାରୀ ହସ୍ପିଟାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି ।
Tags:




